ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା; ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିଠୁ ପ୍ରବଳ ଛେଚିବ। ୫ ଦିନ ଧରି ଲାଗି ରହିବ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ। ଏହାର ପ୍ରଭାବରେ ବର୍ଷା ଲାଗି ରହିଥିବା ବେଳେ ଆଜିଠୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ବ୍ୟତୀତ ନୂଆପଡା, ଗଜପତି, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଭଳି ଭାବେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩୦ ତାରିଖ ଯାଏଁ ପାଣିପାଗ ବିଭାଗ ବର୍ଷାର ପୂର୍ବାନୁମାନ କରିଛି ।

RAIN

ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର କିଛି ସ୍ଥାନର ତଳି ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ଏବଂ ଗମନାଗମନରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି । ଭୂସ୍ଖଳ ଆଶଙ୍କା ରହିଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି ।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+