ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା, କାଲି ଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା । ଗତ ଦୁଇ ଦିନ ଧରି ଉପକୂଳ ଓଡିଶା, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ଏହା ସହିତ 2-3 ଦିନ ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼଼ିଶା ଛୁଇଁପାରେ ବୋଲି ଆକଳନ କରାଯାଉଛି ।

ଆସନ୍ତା 23 ଓ 24 ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

Rain

ଏହା ସହିତ ଆସନ୍ତା 24 ଘଣ୍ଟା ମଧ୍ୟରେ 22 ତାରିଖରେ ଗୁରୁବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ପ୍ରଭୃତି 17 ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।

ସେହିପରି ଏହି ସମୟରେ ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ କୋରାପୁଟ 6 ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।

23 ରୁ ବଢିବ ବର୍ଷା ପରିମାଣ । ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କଟକ, କନ୍ଧମାଳ, ଢେଙ୍କାନାଳ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

24 ରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, କଟକ, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ସମ୍ବଲପୁର, ଦେବଗଡ଼ ଓ କୋରାପୁଟ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+