Rain In Odisha: ଆଜି ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ସତର୍କ
Rain In Odisha: ଆଜି ଠାରୁ ପ୍ରବଳ ବର୍ଷିବ । ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ । ଫ୍ଳାସଫ୍ଳଡ ନେଇ ସତର୍କତା ଜାରି ହୋଇଥିବା ବେଲେ ସହରିଆ ଅଞ୍ଚଳରେ ଜଳମଗ୍ନ ସ୍ଥିତି ଉପୁଜିଵ । ଦୃଶ୍ୟମାନ କ୍ଷମତା କମିବ ।
ସକ୍ରିୟ ହୋଇଛି ଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ ରହିଛି । ପୂର୍ବାନୁମାନ ଅନୁଯାୟୀ ଓଡ଼ିଶା ଏବଂ ଛତିଶଗଡ ମଧ୍ୟ ଦେଇ ଏହା ଅତିକ୍ରମ କରିବାର ସମ୍ଭାବନା ରହିଛି ।

ଏହା ପ୍ରଭାବରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଗତ 24 ଘଣ୍ଟାରେ ବଲାଙ୍ଗୀରରେ 215 ମିଲି ମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ଜଗତ୍ସିଂହପୁରରେ 177.2, କେନ୍ଦ୍ରାପଡାରେ 132.4 ଏବଂ ଭୁବନେଶ୍ୱରରେ ସକାଳ 8.30 ସୁଦ୍ଧା 55 ମିଲି ମିଟର ବର୍ଷା ରେକର୍ଡ ହୋଇଛି ।
ବଲାଙ୍ଗୀରରେ ପ୍ରବଳ ବର୍ଷା ହେତୁ ଜିଲ୍ଲାର ସମସ୍ତ ସ୍କୁଲ୍କୁ ଛୁଟି ଘୋଷଣା କରାଯାଇଛି । ସମସ୍ତ ସରକାରୀରୁ ନେଇ ବେସରକାରୀ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି ।
ରେଡ଼ ୱାର୍ଣ୍ଣିଂ ଥିବା ଜିଲ୍ଲା ଗୁଡିକରେ ହିଁ ବର୍ଷା ଲାଗି ରହିଛି । ଆଜି ମଧ୍ୟ କିଛି ଅଞ୍ଚଳରେ ବର୍ଷାର ପରିମାଣ 20 ସେମିରୁ ଅଧିକ ରହିପାରେ । ଆଜି ପ୍ରବଳ ବର୍ଷା ରହିବ, ଆସନ୍ତାକାଲି ବର୍ଷାର ପରିମାଣ ଧିରେ ଧୀରେ କମିବ ।
ଆଜି ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି । କାଲି ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାର ଅଧିକାଂଶ ନଦୀରେ ଜଳସ୍ତର ବୃଦ୍ଧି ହେବ । ଦୁର୍ଗମ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା । ମାଟିଘର କାନ୍ଥ ଭୁସୁଡିବା ସମ୍ଭାବନା, କଚ୍ଚା ରାସ୍ତା ପ୍ରଭାବିତ ହେବ ।
ଧାନ ବିଲରୁ ଜଳ ନିଷ୍କାସନ ପାଇଁ ପରାମର୍ଶ ଦିଆଯାଇଛି । ସାର ଓ କୀଟନାଶକ ପ୍ରୟୋଗରୁ ନିବୃତ୍ତ ରହିବାକୁ ପରାମର୍ଶ । ଆଜି ଅପରାହ୍ନରୁ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ବର୍ଷା କମିବ । 16 ତାରିଖରୁ ସାରା ଓଡ଼ିଶାରେ ବର୍ଷାର ପରିମାଣ କମିବ । ଏହା ପରେ 19 ତାରିଖରୁ ପୁଣି ବଢିବ ବର୍ଷାର ପରିମାଣ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications