ଭିଜିବ ପୂଜା, ଭସାଣୀ; 20ରେ ଲଘୁଚାପ, 23ରେ ଅବପାତ

ଭୁବନେଶ୍ୱର: ବର୍ଷାରେ ଭିଜିବ ଦୁର୍ଗାପୂଜା । ଭସାଣରେ ବି ଲାଗି ରହିବ ବର୍ଷା । ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା 48 ଘଣ୍ଟା ମଧ୍ୟରେ 21 ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ । ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଅକ୍ଟୋବର 23 ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତର ରୂପ ନେବ । ଏ ନେଇ ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ବୁଲେଟିନ୍‌ରେ କୁହାଯାଇଛି ।

durga puja- rain

ଏହା ପ୍ରଭାବରେ 23 ତାରିଖରୁ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତିରେ ବର୍ଷିବ । ତେବେ 24 ରେ ବଢିବ ବର୍ଷାର ପରିମାଣ । 25 ତାରିଖରେ ଉପକୂଳ ଏବଂ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ସଂଲଗ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ ହୋଇଛି । 23 ତାରିଖରେ ଘଣ୍ଟାପ୍ରତି 50 ରୁ 60 କିଲୋମିଟର ବେଗରେ ବହିବ ପବନ । ଝଟକା ପବନ ଘଣ୍ଟାପ୍ରତି 70 କିମି ଯାଇପାରେ । ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ସାରା ରାଜ୍ୟରେ ଏବେ ପାଗ ମୁଖ୍ୟତଃ ଶୁଖିଲା ରହିଥିବା ବେଳେ ତାପମାତ୍ରା ସ୍ୱାଭାବିକ ଠାରୁ 2-3 ଡିଗ୍ରୀ ଉପରେ ରହୁଛି । ତେବେ ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, କେନ୍ଦୁଝର ଏବଂ ମୟରୁଭଞ୍ଜରେ ବର୍ଷା ହୋଇପାରେ ।

ଦକ୍ଷିଣ ଓଡ଼ିଶାର 7 ଟି ଜିଲ୍ଲାରେ ପାଗ ମେଘୁଆ ରହିବା ସହ ବର୍ଷା ହେବ । ତେବେ ଲଘୁଚାପଟି ଅଧିକ ଘନୀଭୁତ ହୋଇ ଓ୍ବେଲମାର୍କ ଲୋପ୍ରେସର ଏବଂ ଅବପାତରେ ପରିଣତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଅବପାତ ହେଲେ ମଧ୍ୟ ଓଡ଼ିଶାରେ ତାର ପ୍ରଭାବ ଅଧିକ ରହିବ ନାହିଁ । କିନ୍ତୁ ବର୍ଷା ପ୍ରଭାବରେ ତାପମାତ୍ରା ସ୍ବାଭାବିକ ଠାରୁ 2-3 ଡିଗ୍ରୀ ପର୍ଯ୍ୟନ୍ତ କମିବା ସହ ସାମାନ୍ୟ ଶୀତ ଅନୁଭୁତ ହୋଇପାରେ ବୋଲି ଆକଳନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+