Rain In Odisha: 24 ଘଣ୍ଟାରେ ପ୍ରବଳ ବର୍ଷିବ, ସବୁ ଜିଲ୍ଲାକୁ ସତର୍କ ସୂଚନା

Rain In Odisha: ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଏଥି ମଧ୍ୟରେ ଆଗାମୀ 24 ଘଣ୍ଟା ରହିଛି ଗୁରୁତ୍ୱପୂର୍ଣ୍ଣ । ରାଜ୍ୟର ସମସ୍ତ 30 ଜିଲ୍ଲାରେ ଆହୁରି ବର୍ଷିବ । ଆଗାମୀ 24 ଘଣ୍ଟାରେ ପ୍ରବଳ ବର୍ଷା ନେଇ ସୂଚନା ରହିଛି । ଏ ନେଇ ସମସ୍ତ ଜିଲ୍ଲାକୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି ।

ଆଗାମୀ 24 ଘଣ୍ଟାରେ 12 ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ 18 ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

rain

ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ବୁଧବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସମୁଦ୍ର ପତ୍ତନ ଠାରୁ 7.6 କିଲୋମିଟର ଉଚ୍ଚତାରେ ସକ୍ରିୟ ରହିଛି । ଏହା କ୍ରମଶଃ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା 2 ଦିନ ମଧ୍ୟରେ ଏହା ଝାଡ଼ଖଣ୍ଡ ଦେଇ ଉତ୍ତର- ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଗତକାଲି (ମଙ୍ଗଳବାର) କୋରାପୁଟ, କଳାହାଣ୍ଡି, ଢେଙ୍କାନାଳ, ଗଜପତି, ବଲାଙ୍ଗୀର, ଗଞ୍ଜାମ, ରାୟଗଡ଼ା, ଅନୁଗୁଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।
ଏହି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ
ଏହି ସମୟ ମଧ୍ୟରେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (7-20 ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ 7-11 ସେମି ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+