ଗଭୀର ଅବପାତ ନେଉଛି ଲଘୁଚାପ, 20 ରୁ ଅଧିକ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଘନୀଭୂତ ହେଉଛି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଅବପାତ । ଗତ 6 ଘଣ୍ଟାରେ 13 କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି । ବିଶାଖାପାଟଣାରୁ 380, ପାରାଦୀପ ଠାରୁ 480 କିମି ଦୂରରେ ଅବସ୍ଥିତ । ଉତ୍ତରକୁ ଗତିକରି ଆଜି ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ଅଛି ।

rain

ଏହା ପ୍ରଭାବରେ ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଦକ୍ଷିଣପୂର୍ବ ପାଶ୍ୱର୍ବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଆଜି 20 ରୁ ଅଧିକ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ପବନର ବେଗ ଘଣ୍ଟା ପ୍ରତି 50-70 କିଲୋମିଟର ରହିବ । ସେଥିପାଇଁ ସମସ୍ତ ବନ୍ଦର ପାଇଁ 1 ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଫଳରେ 17 ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି ।

ଲଘୁଚାପ ଗଭୀର ଅବପାତର ରୂପ ନେଇ ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବ । ପରେ ଉତରପଶ୍ଚିମ ଦିଗରେ ଗତି କରି ଆଜି ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସଗର ପାଶ୍ୱର୍ବର୍ତ୍ତୀ ଆନ୍ଧ୍ର ଉପକୂଳମୁହାଁ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ଦିଗ ପରିବର୍ତନ ସହ ଉତର-ଉତର-ପୂର୍ବ ଦିଗରେ ଗତି କରି 17 ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପୁରୀ, ଜଗତସିଂହପୁର, ଗଞ୍ଜାମ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଖୋର୍ଦ୍ଧା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଗଜପତି, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଜିଲ୍ଲାରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।

17 ତାରିଖରୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଏବେ ଯେପରି ଶୀତ ଜାରି ରହିଛି, ଆଗାମୀ 4-5 ଦିନ ଏପରି ଶୀତ ଅନୁଭୂତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+