Rain In odisha: ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶା ଉପରେ ରହିବ କି ପ୍ରଭାବ ?
Rain In Odisha: ସାରା ରାଜ୍ୟରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେଉଛି । ଏହା ସହିତ ଆଜି ଓ କାଲି ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବର୍ଷା ନେଇ 7ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଅନୁଗୁଳ, କୋରାପୁଟ , ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରାଯାଇଛି ।

ଅଧିକାଂଶ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ଏହା ପରେ କାଲିଠୁ 30 ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ କମ୍ ରହିବ । ଏହା ପରେ 31 ରୁ ପୁଣି ବଢିପାରେ ବୃଷ୍ଟିପାତ । ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସଗାରରେ ଆସନ୍ତା 2 ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଓଡିଶା ଓ ପଶ୍ଚିମ ଓଡିଶାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ସେପଟେ ଜୁନ୍ 1 ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ତୁଳନାରେ 9 ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । 11 ଜିଲ୍ଲାରେ 20 ରୁ 59 ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । 17 ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ମାତ୍ର ଦୁଇଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି ।












Click it and Unblock the Notifications