ସକ୍ରିୟ ହୋଇଛି ମୌସୁମୀ, ଆସନ୍ତା କାଲି 12 ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର : ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଏହାର ପ୍ରଭାବରେ ରାଜ୍ୟର ବିଭନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ଆସନ୍ତା କାଲି ମଧ୍ୟ ପ୍ରବଳ ବର୍ଷିବାର ସମ୍ଭାବନା ଅଛି । ଏ ନେଇ 12 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଂଜ, ଦେଓଗଡ଼, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।
ଚଳିତ ମୌସୁମୀ ଋତୁରେ , 1 ଜୁନ ରୁ ଜୁଲାଇ 8 ମଧ୍ୟରେ 227.2 ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା 286.8 ମିମି ତୁଳନାରେ 24 ପ୍ରତିଶତ କମ ରହିଛି । ଏହି ପରିଧି ମଧ୍ୟରେ ଦେବଗଡ ଜିଲ୍ଲାରେ ସର୍ବାଧିକ 431.5 ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା 278.8 ମିମି ତୁଳନାରେ 55% ଅଧିକ ରହିଛି ।
ସେହିପରି କଳାହାଣ୍ଡି ଜିଲ୍ଲାରେ ସର୍ବନିମ୍ନ 123.5 ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା 340.6 ମିମି ତୁଳନାରେ 64 % କମ ରହିଛି ।












Click it and Unblock the Notifications