ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Odisha Weather: ସକ୍ରିୟା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆଜି ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଯାଦପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, କୋରାପୁଟ ଓ କଳାହାଣ୍ତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେହିପରି ଆସନ୍ତାକାଲି କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଓ ଝାରସୁଗୁଡ଼ାକୁ ପ୍ରଳବ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୨୧ ତାରିଖଠୁ ରାଜ୍ୟରେ ବର୍ଷାର ପରିମାଣି କମିବାର ସମ୍ଭାବନା ରହିଛି ।

Odisha Weather

ସୂଚନାଥାଉ ଯେ, ରାଜ୍ୟରେ ଦୁଇ ଦିନ ମଧ୍ୟରେ ବଜ୍ରପାତରେ ଗଲାଣି ୧୬ ଜଣଙ୍କ ଜୀବନ । ଶନିବାର ୧୦ ଜଣ ଏବଂ ରବିବାର ୬ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଖବର ରହିଛି। ଚାଷ ଜମିରେ କାମ କରୁଥିବା ବେଳେ ଅଧିକାଂଶ ଲୋକ ବଜ୍ରପାତରେ ମୃତ୍ୟୁ ବରଣ କରିଛନ୍ତି । ତେଣୁ ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ରହିବା ପାଇଁ ସୂଚନା ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+