ଆସନ୍ତା କାଲିଠୁ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଆସନ୍ତାକାଲି ପାଇଁ ଓଡିଶାର ପାଞ୍ଚଟି ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର(ଆଇଏମଡି) ୫ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରିଛି। ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ ଅବପାତରେ ପରିଣତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ଅଗ୍ରସର ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଉତ୍ତର-ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳକୁ ମୁହାଁଇବ ।

ଆସନ୍ତା ୧୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି । ଆସନ୍ତାକାଲି ଏବଂ ମଙ୍ଗଳବାର ଦିନ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଇଛି । ଏଥିପାଇଁ ଆସନ୍ତାକାଲି ପାଇଁ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ ଏବଂ ଢେଙ୍କାନାଳ ଜିଲାକୁ ପାଇଁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି।
ସେହିଭଳି ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଓ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୦ ତାରିଖ ପାଇଁ ୩ ଜିଲାକୁ ଆରେଞ୍ଜ ଓ୍ବାର୍ନିଂ ରହିଥିବାବେଳେ ସୋନପୁର, ବରଗଡ଼, ଅନୁଗୋଳ, ବୌଦ୍ଧ, କେନ୍ଦୁଝର ଏବଂ ଦେବଗଡ ଆଦି ରହିଛି। ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।












Click it and Unblock the Notifications