୬,୭ ରାଜ୍ୟରେ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେତେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ବଜ୍ରପାତ ହୋଇପାରେ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

rain

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବ୍ରଜପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୭ ତାରିଖରେ ଦେବଗଡ଼, ସମ୍ୱଲପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୮ ତାରିଖରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+