ରାଜଧାନୀ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା । ୪ ଦିନ ଯାଏଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷିବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସ୍ଥିତି । ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା । ମାଲକାନଗିରି, କୋରାପୁଟ, ନୂଆପଡା, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗୀର, ନବରଙ୍ଗପୁର ହେବ ବର୍ଷା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା ।

rain

ଆଜି ଭୁବନେଶ୍ୱରରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା । ବର୍ଷାରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପାଣି ରାସ୍ତା ଉପରେ ଲହଡି ମାରିଥିଲା । ଫଳରେ ଯାତାୟାତରେ ଅସୁବିଧା ହୋଇଥିଲା । ଇସ୍କନ ସାମ୍ନାରେ ପ୍ରଭଲ ପାଣି ଜମିବାରୁ ମୋ ବସ ଫସି ରହିଥିଲା । ତେବେ ଆଗାମୀ କିଛି ଘଣ୍ଟାରେ ୬ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି କରାଯାଇଛି ।

ସେପଟେ ସାରା ରାଜ୍ୟକୁ ମୌସୁମୀ ଛୁଇଁଛି । ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବୃଷ୍ଟିପାତ । ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ସେପଟେ ଗତ କିଛିଦିନ ତଳେ ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱରକୁ ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି । ମୌସୁମୀ ସକ୍ରିୟ ଯୋଗୁଁ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+