ରାଜଧାନୀ ଭୁବନେଶ୍ବରରେ ପ୍ରବଳ ବର୍ଷା , ଘଡ଼ଘଡ଼ି ସାଙ୍ଗକୁ କାଚିଲା....
ଶୀତ ଦିନ ପରେ ଧୀରେଧୀରେ ପାଗରେ ପରିବର୍ତ୍ତନ ସହ ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିଲା ମଙ୍ଗଳବାର ପ୍ରଥମ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି | ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ସନ୍ଧ୍ୟାଠାରୁ ବର୍ଷା ଆରମ୍ଭ ହୋଇଥିବା ବେଳେ ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ ରଚିଛି। ଅଚାନକ ପାଗ ପରିବର୍ତ୍ତନ ସହିତ ଝଡ଼ ତୋଫାନ ଓ ବର୍ଷା ହୋଇଥିଲା। ପାତ୍ରପଡ଼ା ଆଇଗିଣିଆ ଦୁର୍ଗାମଣ୍ଡପ ପାଖରେ ଏକ ବଡ଼ ହୋର୍ଡିଂ ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏକାଧିକ ଦୋକାନ ଘର ମଧ୍ୟ ଭାଙ୍ଗିଯାଇଛି। ସହରର ବିଭିନ୍ନ ଅଞ୍ଚଳରେ ଜୋରଦାର ପବନ ବହିବା ସହିତ ଗଛ, ବିଦ୍ୟୁତ ଖୁଣ୍ଟ ଓ କିଛି ଘରଦ୍ବାରା କ୍ଷତିଗ୍ରସ୍ତ ହୋଇଛି। ଅନେକ ସ୍ଥାନରେ ରାସ୍ତାରେ ପାଣି ଜମି ଜଳାର୍ଣ୍ଣବ ସୃଷ୍ଟି ହୋଇଥିଲା, ଯାହା ଫଳରେ ଯାତାୟତ ବ୍ୟବସ୍ଥା ବିଘ୍ନିତ ହୋଇଥିଲା।

ଜନପଥରେ ବର୍ଷାଜଳ ଲହଡ଼ି ଭାଙ୍ଗୁଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା। ସେହିପରି ରସୁଲଗଡ଼, ପଳାଶୁଣୀ, ରାଜମହଲ ଓ କଟକରୋଡ ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ପଡ଼ିଥିଲା। ଦୀର୍ଘ ଦିନର ବ୍ୟବଧାନ ପରେ ବର୍ଷା ହେବାରୁ ସନ୍ଧ୍ୟା ସମୟରେ ଥଣ୍ଡା ପବନ ପ୍ରବାହିତ ହେଉଥିଲା। ପାଗର ଏହି ଅଚାନକ ପରିବର୍ତ୍ତନ ସହରବାସୀଙ୍କୁ ଥଣ୍ଡା ଅନୁଭୂତି ଆଣି ଦେଇଛି।
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications