୧୩ ଓ ୧୪ରେ ଏହି ଜିଲ୍ଲାରେ ପ୍ରବଳ ବର୍ଷା!

ଆସନ୍ତାକାଲିଠୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା । ବିଶେଷକରି ଅଗଷ୍ଟ ୧୨,୧୩ ଓ ୧୪ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ିଘଡ଼ି ମଧ୍ୟ ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ଅର୍ଥାତ ସୋମବାର ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ୱଲପୁର ଓ ଝାରସୁଗୁଡ଼ା ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରେ ବଜ୍ରପାତ ସହ ଘଡିଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy rain i

ମଙ୍ଗଳବାର ଓ ବୁଧବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଜଗତସିଂହପୁର,ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+