୨୪ ଘଣ୍ଟା ମଧ୍ୟରେ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ଯାଏଁ ବିସ୍ତୃତି ବର୍ଷା ତଥା କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଗତକାଲିର ଘୁର୍ଣ୍ଣିବଳୟ ଆଜି ମଧ୍ୟ ପଶ୍ଚିମ ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି।ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କେତକ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ଲାଗିରହିଛି।

RAIN

ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଜୁଲାଇ ୨୦ରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

୨୧ରେ ଜଗତସିଂହପୁର, କଟକ, ଢେଙ୍କନାଳ, ପୁରୀ, ଅନୁଗୁଳ, ଯାଜପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ୩ ସ୍ଥାନରେ ଅତି ପ୍ରବଳ ଏବଂ ୧୨ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଗତ ୨୪ ଘଣ୍ଟାରେ ବଲାଙ୍ଗୀର ଜିଲ୍ଲାର ଗୁଡଭେଲାରେ ସର୍ବାଧିକ ୨୯୬.୪ ମିମି ବର୍ଷା ରେକର୍ଡ ହୋଇଛି। କଳାହାଣ୍ଡିର ଥି.ରାମପୁର ରେ ୧୮୯ ମିମି, କରଲାମୁଣ୍ଡା ରେ ୧୮୪ମିମି, ବଲାଙ୍ଗୀର ସହର ରେ ୧୬୩ ମିମି, ରେକର୍ଡ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+