ତାତିରୁ ମିଳିବ ଆଶ୍ୱସ୍ତି; ଆସୁଛି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ପ୍ରଚଣ୍ଡ ଖରା । ଯେମିତି ବଞ୍ଚିବା କଷ୍ଟକର ହୋଇଗଲାଣି । ଏହାରି ଭିତରେ ଖୁସି ଖବର ମିଛି । ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮ ତାରିଖ ଦୁଇ ଦିନ ସମୁଦ୍ର ନ ଯିବାକୁ ପରାମର୍ଶ ଦେଇଛି। ପାଣିପାଗ ବିଭାଗ ଅନୁସାରେ ୪୦ରୁ ୫୦ କିମି ବେଗରେ ପବନ ସହ ବଡ଼ ଜୁଆର ଆସିବା ସମ୍ଭାବନା ରହିଥିବା ସୂଚନା ମିଳିଛି।

rain

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ସୋମବାର ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର,ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+