ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା । ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ରଜ ଉତ୍ସବ । ସବୁଠି ଉତ୍ସବର ମାହୋଲ । ଏହାରି ଭିତରେ ରାଜ୍ୟରେ କେଉଁଠି ରଜ ପାଗ ତ କେଉଁଠି ଟାଣ ଖରା ଦେଖିବାକୁ ମିଳିଛି। ଚଳିତ ମାସ ୧୭ ଓ ୧୮ରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ ଏବେ କୋରାପୁଟରେ ସକ୍ରିୟ ରହିଛି। ଆଜି ଉପକୂଳରେ ପ୍ରାକ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି ପାଣିପାଗ ବିଭାଗ ସୂଚନା ଦେଇଛି।

ଶୁକ୍ରବାର ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ମାଲକାନାଗିରି, ନୂଆପଡ଼ା, ନୂଆପଡ଼ାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ। ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲାରେ ମଧ୍ୟ ବର୍ଷା ହେବ । ଏହାସହ କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ,କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
୧୫ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ନେଇ ସୂଚନା ଦେଇଛି ବିଭାଗ। ଗ୍ରୀଷ୍ମ ପ୍ରବାହ ସାମାନ୍ୟ କମିବା ସହ ବର୍ଷା ହେବ। ୧୬ ତାରିଖରେ କୋରାପୁଟ, ନବରଙ୍ଗପୁର, ରାୟଗଡା ଓ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ












Click it and Unblock the Notifications