Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲା ପାଣିପାଗ ବିଭାଗ

ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ। ତେବେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ। ତେବେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

rain in odisha

ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ସମ୍ୱଲପୁର, ବରଗଡ଼, ସୋନପୁର ଓ ବୌଦ୍ଧ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧବାର ଅନୁଗୋଳ, ଢେଙ୍କାନାଳ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ,ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ,ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+