ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। କାଲି ପର୍ଯ୍ୟନ୍ତ ୪ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲାଗୁଡିକ ହେଲା ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା। ସେହିପରି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, କୋରାପୁଟ, ନବରଙ୍ଗପୁରକୁ ମଧ୍ୟ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଥିବା ଜଣାପଡ଼ିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।












Click it and Unblock the Notifications