ଆଜିଠୁ ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି

ଦକ୍ଷିଣ ଓଡ଼ିଶା-ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଆସନ୍ତା 24 ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଦେଇ ଅତିକ୍ରମ କରିବ ।ଫଳରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ଆସନ୍ତା 18 ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

rain

ଆଜି ବିଶେଷକରି କୋରାପୁଟ, ଗଜପତି, ରାୟଗଡା ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ଏହାସହିତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ସଂଲଗ୍ନ ଜିଲ୍ଲା ଗୁଡିକରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ପାଣିପାଗ ବିଭାଗର କହିବା ଅନୁସାରେ, 16 ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ବଢିବ । ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡିରେ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ଆଉ 2ଟି ଲଘୁଚାପ ଆସିପାରେ । ଗୋଟିଏ 19 ତାରିଖ ବେଳକୁ ଆସିବାକୁ ଥିବା ବେଳେ ଅନ୍ୟଟି 27 ତାରିଖ ବେଳକୁ ଆସିପାରେ । ତେବେ ଟ୍ରିପଲ ଲଘୁଚାପ ପ୍ରଭାବରେ ରାଜ୍ୟରେ ନିଆଣ୍ଟିଆ ବର୍ଷାର ଭରଣା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+