ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣି ପାଗ ବିଭାଗ
ଞ୍ଚଳିକ ପାଣିପାଗ ବିଭାଗର ସତର୍କ ସୂଚନା। ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାସହ ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ାକୁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଯଦି ଦେଖିବା ଏବେ ଭୁବନେଶ୍ୱରରେ ବର୍ଷା ଲାଗି ରହିଛି। ଅପରାହ୍ନ ସମୟରୁ ଏବେ ଯାଏଁ ବର୍ଷା ରାଜଧାନୀରେ ଜାରି ରହିଛି। ଆଗକୁ ମଧ୍ୟ ଏହିପରି ସ୍ଥିତି ଜାରି ରହିବ ବୋଲି ଆକଳନ କରାଯାଉଛି।












Click it and Unblock the Notifications