ଆସନ୍ତା ୨୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ଜନଜୀବନ ପ୍ରଭାବିତ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ସେହିପରି ପ୍ରବଳ ବର୍ଷା ପାଇଁ ଦେବଗଡ଼, ଅନୁଗୁଳ , ମୟୂରଭଞ୍ଜ, ବରଗଡ଼ ଏବଂ ସୋନପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତାକାଲି ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡକୁ ମୁହାଁଇବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା ।












Click it and Unblock the Notifications