ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା;ସମୁଦ୍ର ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ
ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ୧୮ରେ ମାଲକାନଗିରି, କୋରାପୁଟ; ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ ।
୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ।

ଗତ କିଛି ଦିନର ଲଗାଣ ବର୍ଷ ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପାଇଛି। ଯେଉଁଠି ଦେଖ , ଖାଲି ପାଣି ଆଉ ପାଣି। କାଲିମେଳା-ଲଗାଣ ବର୍ଷାରେ କାଲିମେଳାରେ ଏମ୍.ଭି-୯୬ ପୋଲ ବୁଡିଯାଇଛି । ବ୍ରିଜ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି । ଫଳରେ ମାଲକାନଗିରି ଠାରୁ ସୀମାନ୍ତ ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଉଭୟ ପାର୍ଶ୍ବରେ ଶତାଧିକ ଗାଡି ମୋଟର ଅଟକ ରହିଛି । ତେବେ ଲଘୁଚାପ ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଆସନ୍ତାକାଲି ଠାରୁ ବର୍ଷା ଆହୁରି ବଢ଼ିବ । ପ୍ରବଳ ବର୍ଷା ସାଙ୍ଗକୁ ଝଟକା ପବନ ଓ ବିଜୁଳି ଘଡ଼ଘଡ଼ି ପାଇଁ 5 ଜିଲ୍ଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ଓ ଝଟକା ପବନ 30-40 କିମି ବେଗରେ ବହିବା ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
18 ତାରିଖରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନିଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଭିତରେ ରଖାଯାଇଛି । ସେହିପିର ମଧ୍ୟମ ଧରଣର ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୱାର୍ଣ୍ଣିଂ କରାଯାଇଥିବା ସବୁ ଜିଲ୍ଲାରେ ଝଟକା ପବନର ବେଗ 30-40 କିମି ରହିବା ସହ ପ୍ରବଳ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
।19 ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନ ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମଧ୍ୟମ ଧରଣର ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।












Click it and Unblock the Notifications