୨୮ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ, ଆସନ୍ତାକାଲି ପାଇଁ ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ ଓ ୨ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।












Click it and Unblock the Notifications