ଆଜି ପ୍ରବଳ ଛେଚିବ, 14 ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ବି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସ୍ପଷ୍ଟ ସଦୃଶ ଲଘୁଚାପ ଏବେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତେବେ ରାଜ୍ୟରେ ଆଜି ସକାଳୁ ଆକାଶ ମେଘାଛନ୍ନ ରହିଛି ।

ଶୁକ୍ରବାର ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର 14ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି। ଏହାବ୍ୟତୀତ ବରଗଡ଼, ସୋନପୁର, ବଲାଙ୍ଗୀର, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଆଦି 9ଟି ଜିଲ୍ଲାକୁ ପ୍ରବଳ ବର୍ଷାର ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ ବିଭାଗର ସତର୍କ ସୂଚନା ପରେ ରାଜ୍ୟ ସରକାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଏଠାରେ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ସଞ୍ଜୀବ ଦ୍ୱିବେଦୀ କହିଛନ୍ତି ଯେ, ସିଷ୍ଟମ ପ୍ରଭାବରେ ରାଜ୍ୟରେ ବୁଧବାର ଯାଏଁ ବର୍ଷା ଜାରି ରହିବ।












Click it and Unblock the Notifications