ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୫ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସଂଭାବନା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ମାଲକାନଗିରି ଏବଂ କୋରାପୁଟ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।
କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଭଦ୍ରକକୁ ସତର୍କତା। ସୃଷ୍ଟି ହେବ ଆକସ୍ମିକ ବନ୍ୟା I କମିବ ଦୃଶ୍ୟମାନ ଦୂରତା। ଉପୁଜିବ ଟ୍ରାଫିକ୍ ସମସ୍ୟା। ପାହାଡିଆ ଅଞ୍ଚଳରେ ଧସିବ ମାଟି ଅତଡା। ସତର୍କ କରାଇଲା ପାଣିପାଗ କେନ୍ଦ୍ର ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା।
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା କାଲି ପ୍ରବଳ ବର୍ଷା ନେଇ ବାଲେଶ୍ଵର, ମୟୁରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଝାରସୁଗୁଡା, ସମ୍ବଲପୁର, ବରଗଡ ଏବ ସୁନ୍ଦରଗଡକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ I

ଶନିବାର ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସହିପରି ଦେବଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨ ଓ ୩ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।












Click it and Unblock the Notifications