ଆଗାମୀ ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିପାରେ। ହେଲେ ଜୁଲାଇ ୫ ପରଠାରୁ ବର୍ଷାର ପରିମାଣ କମିପାରେ। ସମଗ୍ର ଜୁଲାଇ ମାସରେ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉପକୂଳ ଏବଂ ସୀମାନ୍ତବର୍ତ୍ତୀ ପଶ୍ଚିମ ଓଡ଼ିଶାରେ ସ୍ବାଭାବିକଠାରୁ ଢେର ଅଧିକ ବର୍ଷା ହୋଇପାରେ।

rain

ଅନ୍ୟପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ମଙ୍ଗଳବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ ପ୍ରବଳରୁ ପ୍ରବଳତର ବର୍ଷା ସହ ଘଡ଼ଘଡ଼ି ଏବଂ ୩୦-୪୦ କିମି ପବନ ବହିପାରେ। ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୋନପୁର, ଅନୁଗୁଳ, ଦେବଗଡ଼ରେ ସ୍ଥାନେ ସ୍ଥାନେ ବଜ୍ରପାତ, ପବନ ସହ ପ୍ରବଳ ବର୍ଷା ଆଶଙ୍କା ଅଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳରେ ବଜ୍ରପାତ ଓ ପବନ ହୋଇପାରେ। ବୁଧବାର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ସମେତ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବେଶି ବର୍ଷା ଆଶଙ୍କା ରହୁଛି। ଅନ୍ୟପଟେ ଜୁଲାଇ ମାସରେ ଦେଶରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା ଅଛି। ଉତ୍ତର ପୂର୍ବ ଭାରତକୁ ଛାଡ଼ିଦେଲେ ବାକି ପ୍ରାନ୍ତରେ ବର୍ଷା ସ୍ୱାଭାବିକ କିମ୍ବା ତା'ଠାରୁ ଅଧିକ ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+