ପ୍ରବଳ ବର୍ଷା, ୧୧ ର ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣି ପାଗ ବିଭାଗ
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସନ୍ଧ୍ୟା ୫ଟା ୩୦ମି. ପର୍ଯ୍ୟନ୍ତ କଟକ ସହର ସମେତ ଓଡ଼ିଶାର ୧୧ଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି।

ମଧ୍ୟମ ଧରଣର ଝଡ଼ବର୍ଷା ଏବଂ ବଜ୍ରପାତ ସହ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ। ଗଜପତି, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଏବଂ କଟକର କିଛି ଅଂଶକୁ ଆଗାମୀ ୩ ଘଣ୍ଟା ମଧ୍ୟରେ ପ୍ରଭାବିତ କରିପାରେ।
ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକମାନଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।












Click it and Unblock the Notifications