ଆସୁଛି ବଡ ବର୍ଷା; ଫିକା ପଡ଼ିବ ଦୁର୍ଗା ପୂଜା, ୨୫ରେ ଲଘୁଚାପ
ଭିଜୁଛି ଓଡ଼ିଶା । ପୁଣି ଆସୁଛି ଲଘୁଚାପ । ଭିଜିବ ପାର୍ବଣ । ଏଥର ପୂଜାକୁ ଭିଜାଇବ ଲଘୁଚାପ ବର୍ଷା । ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟିହେବ ଲଘୁଚାପ କ୍ଷେତ୍ର । ମିଆଁମ୍ୟାର- ବାଂଲାଦେଶ ତଟରେ ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗର ମଧ୍ୟରେ ଲୋପ୍ରେସର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ୨୩ତାରିଖରୁ ରାଜ୍ୟରେ ବଢିବା ବର୍ଷା । ୨୩ ତାରିଖରେ ପ୍ରବଳ ବର୍ଷା ନେଇ ଦୁଇ ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୪ରେ ମଧ୍ୟ ସମାନ ସ୍ଥିତି ରହିବ । ୨୫ରୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ । ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର । ୨୬ ଓ ୨୭ ତାରିଖରେ କେତେକ ସ୍ଥାନରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ଲାଗି ରହିଛି।
More From
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications