ଆସୁଛି ବଡ଼ ବର୍ଷା ,୧୭ ତାରିଖ ପର୍ଯ୍ୟନ୍ତ ଭୀଷଣ ବର୍ଷାର ସମ୍ଭାବନା

ଆସୁଛି ବଡ଼ ବର୍ଷା । ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭୀଷଣ ବର୍ଷାର ସମ୍ଭାବନା ରହିଛି । ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ଼ ପବନ ସହ ବର୍ଷା ସମ୍ଭାବନା ରହିଛି ।

rain

ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯଇଛି । ଜିଲ୍ଲାଗୁଡ଼ିକ ହେଲା ମୟୁରଭଞ୍ଜ, କେଉଁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+