୨୪ ଘଣ୍ଟାରେ ପ୍ରବଳ ବର୍ଷିବ !ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ
ଆସନ୍ତାକାଲିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ ।ଆସନ୍ତା ୧୩ରେ ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ ପବନ ସହ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିସବୁ ଜିଲ୍ଲା ଗୁଡ଼ିକ ମଧ୍ୟରେ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ,ରାୟଗଡ଼ା ପ୍ରଭୃତି ରହିଛି।

ଆସନ୍ତା ୧୩ ତାରିଖରେଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ। ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ବୋଲି ମନୋରମା ମହାନ୍ତି କହିଛନ୍ତି।












Click it and Unblock the Notifications