ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୫ଦିନ ଝଡ଼ବର୍ଷା, ସତର୍କ ସୂଚନା ଜାରି
ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ୧୦ ଜିଲାକୁ ବିଜୁଳି ଘଡଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ କଟକ ଓ ଢେଙ୍କାନାଳ ଜିଲାରେ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି ଓ ନବରଙ୍ଗପୁରରେ ୪୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଅନ୍ୟପକ୍ଷରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲାରେ ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ୨୩ ତାରିଖ ଯାଏ ଝଡ଼ବର୍ଷା ଲାଗି ରହିବ। ଘଡ଼ଘଡ଼ି ଓ କୁଆପଥର ପଡିବା ସମୟରେ ସତର୍କତା ଅବଲମ୍ବନ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

-
ବାରୁଣି ସ୍ନାନ ଅବସରରେ ବୈତରଣୀ କୂଳରେ ହଜାର ହଜାର ଭକ୍ତଙ୍କ ସମାଗମ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଏବେ ବି ପାଣ୍ଡିଆନଙ୍କ କବ୍ଜାରେ ବିଜେଡି କହି ବର୍ଷିଲେ ଦେବୀ ରଂଜନ ତ୍ରିପାଠୀ -
ଟ୍ରଷ୍ଟ ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀଦଳ ନେତା ନବୀନ, କହିଲେ... -
ମାର୍ଚ୍ଚ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ -
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହୋହଲ୍ଲା , ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ବାସଡର ହେଲେ ସୁଦର୍ଶନ ପଟ୍ଟନାୟକ -
ରାଜ୍ୟରେ ବଢିବ ଗ୍ରୀଷ୍ମ ପ୍ରବାହ, ଜାରି ହେଲା ହିଟ୍ୱେଭ୍ SOP -
ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ -
ଆଜି ଚୈତ୍ର ମାସ ଦ୍ୱିତୀୟ ମଙ୍ଗଳବାର; କାକଟପୁରବାସିନୀ ମାଆ ମଙ୍ଗଳାଙ୍କ ଦ୍ୱିତୀୟ ପାଳି ଯାତ୍ରା












Click it and Unblock the Notifications