କାଲିଠୁ ରାଜ୍ୟରେ ହେବ ପ୍ରବଳ ବର୍ଷା!
ବର୍ଷା ପାଇଁ ଆଲର୍ଟ, ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୪ ତାରିଖ ବା ଗୁରୁବାର ଏହା ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର ପ୍ରମୁଖ ନଦୀର ଜଳସ୍ତର ବଢିପାରେ ବୈତରଣୀ, ବ୍ରାହ୍ମଣୀ, ମହାନଦୀରେ ୨୬ରୁ ୩୭ ମିମି ବର୍ଷା ହେବା ଆଶଙ୍କା କରାଯାଇଛି । ସେପଟେ ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ବେସିନରେ ୨୬ରୁ ୩୭ ମିମି ବର୍ଷା ହେବା ଆଶଙ୍କା ।
ବୁଧବାରଠାରୁ ବର୍ଷା ଆରମ୍ଭ ହୋଇଯିବ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଗୁରୁବାର ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ ।

ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ୨୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ସମ୍ବଲପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି।
୨୭ ଓ ୨୮ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମଙ୍ଗଳବାର କୋରାପୁଟରେ ସର୍ବାଧିକ ୬୦ମିମି ବର୍ଷା ହୋଇଛି । ଚାନ୍ଦବାଲିରେ ୧୭ମିମି ଓ ଖୋର୍ଦ୍ଧାରେ ୭ମିମି ବର୍ଷା ରେକର୍ଡ ହୋଇଛି। ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ଆକଳନ କରି କହିଛି, ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ଗୁରୁବାର ବା ଶୁକ୍ରବାର ରାତିରେ ଅଧିକ ଘନୀଭୂତ ହୋଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ମୁହାଁଇବ । ଲଘୁଚାପ ପ୍ରଭାବରେ ୨୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications