ଆସନ୍ତାକାଲି ପ୍ରବଳ ବର୍ଷିବ! ଏହି ସବୁ ଜିଲ୍ଲାକୁ ଜାରି ହୋଲା ୱାର୍ଣ୍ଣି
ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ଏହା ସକ୍ରିୟ ରହିଛି । ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ। ପ୍ରଭାବରେ ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ରାୟଗଡା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ତେବେ ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୧ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ।

ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି। କୋରାପୁଟରେ ସର୍ବାଧିକ ୬୪.୦ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପାରଳାଖେମୁଣ୍ଡିରେ ୪୯.୬ ମିମି, ନବରଙ୍ଗପୁରରେ ୩୩.୨ ମିମି, ଢ଼େଙ୍କାନାଳରେ ୨୬.୪ ମିମି, ମାଲକାନଗିରିରେ ୨୧.୨ ମିମି, ଭବାନୀପାଟଣାରେ ୧୦.୨ ମିମି ଏବଂ ତାଳଚେରରେ ୧୦.୦ମିମି ବର୍ଷା ରେକର୍ଡ ହୋଇଛି।












Click it and Unblock the Notifications