ଛେଚିବ ପ୍ରବଳ ବର୍ଷା, ଆଜି ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

କଲବଲ କରୁଛି ଲେଉଟାଣି ମୌସୁମୀ । ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ଅନୁମାନ କରିଛି ପାଣିପାଗ କେନ୍ଦ୍ର । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୧ ଅକ୍ଟୋବର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଉତ୍ତର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

rain

ଏପଟେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସକ୍ରିୟ ରହିଛି । ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି । ଆଜି କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷାକୁ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି । ପୁଣି ୧ରୁ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ୩୦ଟି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+