ଆଜି ୧୫ ଜିଲାରେ ପ୍ରବଳ ବର୍ଷିବ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ଅଧା ଓଡିଶାକୁ ବର୍ଷା ଏହି ଦିନଠାରୁ କମିବ

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି।

ଏହି ଅବପାତ କ୍ରମଶଃ ଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ସମ୍ବଲପୁରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

rainfall will in half of Odisha from today

ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବେଗରେ ପବନ ବହିବ। ଉପକୂଳ ଓ ଏହାର ଆଖପାଖ ଅଞ୍ଚଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରଭିତରକୁ ଯିବାକୁ ବାରଣ କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ ଓ ୩୧ରୁ ବର୍ଷା କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+