Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ଲଗାଣ ବର୍ଷା: ରିଲିଫ୍ କମିଶନରଙ୍କୁ ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଲାଗିରହିଛି । ଗଜପତି ଜିଲାରେ ବର୍ଷାରୁ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳମଗ୍ନ ହେବାର ଆଶଙ୍କା ସୃଷ୍ଟି ହୋଇଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଜିଲାପାଳଙ୍କ ସହିତ କଥା ହୋଇ ପରିସ୍ଥିତି ବୁଝିଛନ୍ତି । ଜିଲାର ପରିସ୍ଥିତି ଉପରେ ନଜର ରଖିବା, ସ୍ଥିତି ପରୀକ୍ଷା ଓ ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଖଣି-ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗଜପତି ପଠାଇଛନ୍ତି ।

ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଶାସନ ବନ୍ୟାପ୍ରବଣ ଅଞ୍ଚଳରେ ସତର୍କତା ବଜାରୁ ରହିଛି ।

Chief Minister directs Relief Commissioner to provide immediate assistance

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, ନୂଆପଡା,ବରଗଡ଼ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷକୁ ବର୍ଷା ପାଇଁ କଳାହାଣ୍ଡି,ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡା, ଦେଓଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ରହିବ । ପ୍ରଭାବରେ ପୂଜା ତୋରଣ ସହ ପଣ୍ଡାଲ ଗୁଡିକ ପ୍ରଭାବିତ ହେବା ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ବିଶେଷକରି ଗଜପତିରେ ଲଗାଣ ବର୍ଷା ଯୋଗୁଁ ସ୍ଥିତି ବେହାଲ। କେଉଁଠି ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚରେ ବର୍ଷା ପାଣି ତ କେଉଁଠି ବ୍ରିଜ ଉପରେ ପାଣି । ଆଉ କେଉଁଠି ବ୍ରିଜ କାମ ଲାଗି ଥିବା ବେଳେ ଭସାଇ ନେଲା ସଟର ପ୍ଲେଟ ଗାଡି ସମେତ ଅସ୍ଥାୟୀ ରାସ୍ତା ଘାଟ ।

ଦିଗପହଣ୍ଡିର ଘୋଡ଼ାହାଡ଼ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଘୋଡ଼ାହାଡ଼ ନଦୀ ତଟବର୍ତ୍ତୀ ଆଞ୍ଚଳ ପାଇଁ ସତର୍କ ସୂଚନା ଜାରି ସହ ଡାକବାଜି ଯନ୍ତ୍ର ମାଧ୍ୟମରେ ସର୍ତକ କରାଇଛି ଘୋଡ଼ାହାଡ଼ ଜଳ ସେଚନ ବିଭାଗ । ସେହିପରି ଲଗାଣ ବର୍ଷାରେ ଦିଗପହଣ୍ଡି ବ୍ଲକର ଭ୍ରମରପୁର ବ୍ରିଜର ଅସ୍ଥାୟୀ ରାସ୍ତା ଉପରେ ଚାରି ଫୁଟ ପାଣି ପ୍ରବାହିତ ହୋଇ ପାତ୍ରପୁର ବ୍ଲକର ତୁରୁବୁଡି ଓ ଖରିଆଗୁଡ଼ାକୁ ଗମନାଗମନ ବିଛିନ୍ନ ହୋଇଛି ।

ବାହୁଦା ନଦୀ ଶଯ୍ୟାରେ ବ୍ରିଜ କାମ ଚାଲିଥିବା ଯୋଗୁଁ କରାଯାଇଥିଲା ଅସ୍ଥାୟୀ ରାସ୍ତା। ସେହିପରି ଗୁମ୍ମା ବ୍ଲକର ଅଢେଇ ଗାଁ ନିକଟରେ ମଧ୍ୟ ରାସ୍ତା କଡ଼ରୁ ମାଟି ଅତଡା ଖସିଛି । ଫଳରେ ଅଢେଇ ଗାଁ ଓ କୁଜାସିଂ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଗଜପତି ମହେନ୍ଦ୍ରଗିରି ପର୍ବତରେ ଲଗାଣ ବର୍ଷା ଯୋଗୁଁ ରାସ୍ତାରେ ପାଣି ବଢ଼ିଯିବାରୁ ଫସି ରହିଛନ୍ତି ୧୫ ପର୍ଯ୍ୟଟକ। ବୁରୁଖତ ନିକଟସ୍ଥ ଏକ ବୁଲାଣିରେ ମାଟି ଅତଡା ଧସିବା ସହ ପ୍ରଖର ବେଗରେ ପାଣି ମାଡ଼ି ଆସିଥିଲା । ଫଳରେ ମହେନ୍ଦ୍ରଗିରିକୁ ଯାଇଥିବା ୧୫ରୁ ଅଧିକ ପର୍ଯ୍ୟଟକ ଫଶି ରହିଛନ୍ତି । ପର୍ବତ ଉପରୁ ତଳକୁ ଆସିପାରୁନାହାନ୍ତି ପର୍ଯ୍ୟଟକ । ସମସ୍ତ ପର୍ଯ୍ୟଟକ କଟକ ଓ ଭୁବନେଶ୍ବର ଅଞ୍ଚଳର ବୋଲି ଜଣାପଡିଛି । ଘଟଣା ସ୍ଥଳରେ ଗାରାବନ୍ଧ ଥାନା ପୋଲିସ ଓ ବନ ବିଭାଗ କର୍ମଚାରୀ ପହଞ୍ଚି ରାସ୍ତା ସଫା ପାଇଁ ଉଦ୍ୟମ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+