ରାଜ୍ୟରେ ୩ ଦିନ ଯାଏ ପ୍ରବଳ ବର୍ଷା, ୭ଜିଲ୍ଲାକୁ ସତର୍କ ସୂଚନା ଜାରି

ତିନି ଦିନ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ୭ଟି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

rain

ସେହିପରି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ।

ସେହିପରି ଆସନ୍ତାକାଲି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ୧ତାରିଖରୁ ୨ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୧୦ଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+