ରାଜ୍ୟରେ ୫ଦିନ ଯାଏ ପ୍ରବଳ ବର୍ଷା!

ବର୍ଷାରୁ ନିସ୍ତାର ନାହିଁ। ରାଜ୍ୟରେ ଆହୁରି ୫ ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଯେହେତୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାକି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ୪୮ ଘଣ୍ଟାରେ ଉତ୍ତର ଆନ୍ଧ୍ର ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରିବ।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗିରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। କୋରାପୁଟମାଲକାନଗିରି, ଗଂଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ।

rain
ସେହିପରି ପାଣିପାଗ ବିଭାଗ ଆସନ୍ତାକାଲି ଅଧିକାଂଶ ଅର୍ଥାତ ୨୩ ଜିଲ୍ଲାରେ ହାଲୁକରୁ ମାଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ କରି କରିଛି। ଆସନ୍ତା ୧୯ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+