ଆସନ୍ତା ୧୩ ଯାଏଁ ପ୍ରବଳ ବର୍ଷା!
ଆସନ୍ତା ୧୩ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତା' ସହ ୨୪ ଘଣ୍ଟା ମଧ୍ୟରେ ଅସ୍ତବ୍ୟସ୍ତ କରିବା ବର୍ଷା । ଫଳରେ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୮ ଜିଲ୍ଲା ହେଉଛନ୍ତି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ବଲାଙ୍ଗିର, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ।

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ପୁଣି ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା 5 ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ଦକ୍ଷିଣ ଓଡି଼ଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଛି। ଏହାର ପ୍ରଭାବରେ 10 ତାରିଖ ଯାଏ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।












Click it and Unblock the Notifications