୩ ଦିନ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି
Odisha Weather: ଆଜିଠୁ ୩ ଦିନ ଯାଏ ପ୍ରବଳ ବର୍ଷା ଲାଗି ରହିବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ୮ ଜିଲାକୁ ଅରେଞ୍ଜ ଓ ୧୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ସକାଳେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁଥିପାଇଁ ଏହି ୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।












Click it and Unblock the Notifications