କାଲିଠୁ ୧୫ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା କାଲି ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଆସନ୍ତାକାଲି ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି ।ଲଘୁଚାପ କ୍ଷେତ୍ର ସୃଷ୍ଟିର 48 ଘଣ୍ଟାରେ ଅଧିକ ଘନୀଭୂତ ହେବ । ଏନେଇ ରାଜ୍ୟରେ 3 ଦିନ ଧରି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡି ବର୍ଷର ସମ୍ଭାବନା ଥିବା ବେଳେ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

rain

୧୫ ତାରିଖ ଯାଏଁ ଅତି ପ୍ରବଳ ଓ ୧୬ ଯାଏଁ ପ୍ରବଳ ବର୍ଷା ଥିବା ବେଳେ ଏହା ପରେ ପାଗ ବଦଳିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ୧୩ ରୁ ୧୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+