ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ରେଡ୍ ଆଲର୍ଟ

୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି। ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ତେଣୁ ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହି ୪ ଜିଲ୍ଲା ଗୁଡ଼ିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ। ଯଦି ଦେଖିବା ଉତ୍ତରବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଏହା ଆଗାମୀ ୨୪ ଘଣ୍ଟା ଆହୁରି ଘନୀଭୂତ ହେବ। ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି l ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବl ଏହା ପରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି ସହ ଆଗାମୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି।

rain

ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜକୁ ରେଡ଼ ଆଲର୍ଟ ଜାରି ହୋଇଛି। ଅତିପ୍ରବଳ ବର୍ଷା ସହ ବ୍ରଜପାତ ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+