ତିନିଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଏହା ଆସନ୍ତା ୧୨ ଘଂଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି।

ପାଣିପାଗ ବିଭାଗ କହିଛି ଯେ, ଆସନ୍ତାକାଲି ସକାଳ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ। ପ୍ରଭାବରେ ଆସନ୍ତା ୫ ଦିନ ବର୍ଷା ହେବା ସହ ୨୪ ଘଣ୍ଟା ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ହେବା ସହ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ (୧୨ରୁ ୨୦ ସେମି) ନେଇ ରେଡ ଆଲର୍ଟ ଜାରି କରିଛି ବିଭାଗ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଅରେଞ୍ଜ ବାର୍ଣ୍ଣିଂ ଜାରି କରିଛି। ସେହିପରି ପ୍ରବଳ ବର୍ଷା ପାଇଁ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଂଜାମ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡା ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି। ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କିମି ପବନ ବହିବ। ଆସନ୍ତାକାଲି ସାରା ରାଜ୍ୟରେ ବର୍ଷା ହେବାସହ ମାଲକାନଗିରି କୋରାପୁଟ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ ରୁ ୪୦ କିମି ପବନ ବହିବ। ୨୪ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ।
ସମୁଦ୍ର ଉପକୂଳ ଅଂଚଳରେ ଘଣ୍ଟା ପିଛା ୪୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ରହିଛି। ଏନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ମେଘୁଆ ପାଗ ଓ ପବନର ବେଗକୁ ନେଇ ୧୮ ରୁ ୨୦ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ।
ଏପଟେ ମୌସୁମୀ ଋତୁ ଅର୍ଥାତ୍ ଜୁନ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୭୨୬ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ୭୭୨.୮ ମିମି ରେକର୍ଡ ହୋଇଛି। ରାଜ୍ୟରେ ଏବେବି ୬ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି। ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା, ୨ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ ୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ଗତ ୨୪ ଘଂଟାରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି।












Click it and Unblock the Notifications