ଆସିଲା ୨୦୨୫ ର ଛୁଟିଦିନ ତାଲିକା; ସରକାରୀ କର୍ମଚାରୀଙ୍କୁ ଏତିକି ଦିନ ମିଳିବ ଛୁଟି
ବର୍ଷ ୨୦୨୫ ପାଇଁ ସରକାରୀ ଛୁଟି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ୍ ୨୬ ଟି ସରକାରୀ ଛୁଟି ରହିଛି। ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୦୨୫ କ୍ୟାଲେଣ୍ଡର ବର୍ଷ ପାଇଁ ଆଜି ଛୁଟି ତାଲିକା ଜାରି ହୋଇଛି । ତାଲିକାରେ ୨୬ଟି ସରକାରୀ ଛୁଟି ଦିବସ ଓ ୮ଟି(ଅପସନାଲ) ଇଚ୍ଛାଧୀନ ଛୁଟି ଦିବସ ରହିଛି ।

ଅନ୍ୟପଟେ ୨୦୨୫ ବର୍ଷ ପାଇଁ ଥିବା ୩୦ଟି ସରକାରୀ ଛୁଟି ୧୪ ଜାନୁଆରୀ ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇ ୨୫ ଡିସେମ୍ବର ବଡ଼ ଦିନ ପଯ୍ୟନ୍ତ ରହିଛି। ଏହି ଦିନଗୁଡ଼ିକରେ ସରକାରୀ କାର୍ଯ୍ୟାଳୟ ସମେତ ରାଜସ୍ୱ ଓ ମାଜିଷ୍ଟ୍ରେଟ୍ କୋର୍ଟ ମଧ୍ୟ ବନ୍ଦ ରହିବ। ସେପଟେ ଜାନୁଆରୀ ୬ରେ ଗୁରୁଗୋବିନ୍ଦ ସିଂଙ୍କ ଜନ୍ମଦିନ, ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ, ମାର୍ଚ୍ଚ ୨୮ରେ ଶବ୍-ଇ-କାଦର, ଏପ୍ରିଲ ୧୯ରେ ଇଷ୍ଟର, ମେ' ୨୨ରେ ରାଜା ରାମମୋହନ ରାୟ ଜନ୍ମଦିନ, ଜୁଲାଇ ୫ରେ ବାହୁଡ଼ା ଯାତ୍ରା, ଅଗଷ୍ଟ ୩୧ ଅଁଳା ନବମୀ, ନଭେମ୍ବର ୧୨ ପ୍ରଥମାଷ୍ଟମୀ ଏବଂ ଡିସେମ୍ବର ୨୫ ଖ୍ରୀଷ୍ଟମାସ ପର୍ବକୁ ଇଚ୍ଛାଧୀନ ଛୁଟି ଭାବେ ସରକାର ଘୋଷଣା କରିଛନ୍ତି ।
List of Holidays for the Calendar Year #2025. #Odisha
Click the link to get details:https://t.co/8ykRWPiTkr pic.twitter.com/kicE8OF7Do
— I & PR Department, Odisha (@IPR_Odisha) November 12, 2024
ରାଜ୍ୟରେ ସରକାର ଜାରି କରିଥିବା ତାଲିକା ଅନୁଯାୟୀ ୮ଟି ଇଚ୍ଛାଧୀନ ଛୁଟି ମଧ୍ୟରୁ ଯେ କୌଣସି ଗୋଟିଏରେ ସରକାରୀ କର୍ମଚାରୀମାନେ ଇଚ୍ଛାଧୀନ ଭାବେ ଛୁଟି ନେଇପାରିବେ। ବିଭାଗୀୟ ମୁଖ୍ୟଙ୍କଠାରୁ ଆବଶ୍ୟକୀୟ ଅନୁମତି ନେଇ ଏହି ଛୁଟି ନେଇପାରିବେ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।












Click it and Unblock the Notifications