ହେରିଟେଜ କରିଡର ଅନୁଧ୍ୟାନ ପାଇଁ ପୁରୀରେ ASI ଟିମ୍
କୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ ନେଇ ପୁରୀରେ ପହଁଞ୍ଚିଲା ଏଏସଆଇର 4 ଜଣିଆ ଟିମ । ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ ନିର୍ମାଣ କାମର ଭିଡ଼ିଓଗ୍ରାଫି ଓ ଡକୁମେଣ୍ଟେସନ କରିଥିଲେ ।
ପୁରୀ: କୋର୍ଟଙ୍କ ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ ନେଇ ପୁରୀରେ ପହଁଞ୍ଚିଲା ଏଏସଆଇର 4 ଜଣିଆ ଟିମ । ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ ନିର୍ମାଣ କାମର ଭିଡ଼ିଓଗ୍ରାଫି ଓ ଡକୁମେଣ୍ଟେସନ କରିଥିଲେ । ଏହା ସହ ଭର୍ଚ୍ଚୁଆଲ ବୈଠକରେ ଏଏସଆଇ ଡିଜିଙ୍କ ସହ ଆଲୋଚନା କରିଥିଲେ ।

ଜୁନ 2ରେ ହାଇକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି ଥିବାରୁ ତାହା ପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ। ଅନ୍ୟପଟେ ଶ୍ରୀମନ୍ଦିରର 100 ମିଟର ବାହାରେ ତିଆରି ହେବ ଶ୍ରୀଜଗନ୍ନାଥ ରିସେପସନ ସେଣ୍ଟର । ଗଜପତିଙ୍କ ଅଧ୍ୟକ୍ଷତାରେ ବସିଥିବା କଲଚୁରାଲ ଆଡଭାଇଜରୀ କମିଟି ଏହି ନିଷ୍ପତ୍ତି ନେଇଛି ।
ଶୁକ୍ରବାର ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପ୍ରକଳ୍ପର ସମୀକ୍ଷା କରିଥିଲେ । ତେବେ ପ୍ରକଳ୍ପ ଡିପିଆର ପରିବର୍ତ୍ତନ ନେଇ ଦୁଇ ଦିନ ତଳେ ଓବିସିସିର ସମ୍ମିଳନୀ କକ୍ଷରେ ଏହି ବୈଠକ ବସିଥିଲା । ଏହି ବୈଠକରେ ପୁରୀ ଜିଲ୍ଲାପାଳ ସମେତ ପ୍ରତ୍ତ୍ନତତ୍ତ୍ବବିତ, ମଠ ମହନ୍ତ ଯୋଗ ଦେଇଥିଲେ। ସେହିପରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଉଟର ଆକ୍ସେସ ରୋଡ଼ର ନିର୍ମାଣ ନେଇ ମଧ୍ୟ ନିଷ୍ପତ୍ତି ନିଆଯାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications