ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା, ପଶ୍ଚିମବଙ୍ଗର ଜଣେ ଭକ୍ତକୁ ଧରିଲା ସିଂହଦ୍ବାର ଥାନା ପୋଲିସ

ପୁଣି ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ଯିବା ପୂର୍ବରୁ ଅଟକ । ପଶ୍ଚିମଦ୍ବାର ଦେଇ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ଯିବା ପୂର୍ବରୁ ଜନୈକ ଭକ୍ତଙ୍କୁ ଅଟକ କଲେ ସୁରକ୍ଷାକର୍ମୀ । ଅଟକ ଭକ୍ତ ହେଉଛନ୍ତି ପଶ୍ଚିମବଙ୍ଗର ବିପୁଲ୍ ପାଲ୍ । ସିଂହଦ୍ଵାର ଥାନାରେ ଅଟକ ଅଛନ୍ତି । ଚଷମା ସହ ଫିଟିଂ କରିଥିଲେ ହିଡେନ୍ କ୍ୟାମେରା ।

puri

ସେହିପରି ଗତକାଲି ଗୁଜୁରାଟର ଜଣେ ଭକ୍ତ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ନେଇ ଧରାପଡିଥିଲେ। ଗିରଫ ବ୍ୟକ୍ତି ପୁରୀର ଏକ ହୋଟେଲରେ ଅବସ୍ଥାନ କରିବା ସହ ହୋଟେଲରେ ଥିବା ମୋବାଇଲ ଫୋନ୍ ଦ୍ଵାରା ହିଡେନ କ୍ୟାମେରା ଅପରେଟ କରିଥିଲେ । ସେ ଅଗଷ୍ଟ ୩ ତାରିଖରୁ ଉକ୍ତ ହୋଟେଲରେ ରହୁଥିଲେ । ଗତକାଲି ସିଂହଦ୍ଵାର ଥାନା ସବ ଇନ୍ସପେକ୍ଟର ଓ ଜେଟିପି ପୋଲିସ ତାଙ୍କୁ ଚିହ୍ନଟ କରି ଶ୍ରୀମନ୍ଦିର ସିଂହଦ୍ଵାର ଥାନା ପୋଲିସର ଜିମା ଦେଇଥିଲେ । ୧୦ ଦିନ ମଧ୍ୟରେ ତିନିଜଣଙ୍କ ଠାରୁ ହିଡେନ୍ କ୍ୟାମେରା ଜବତ ହୋଇସାରିଲାଣି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+