ବ୍ରହ୍ମପୁର ଏସପିଙ୍କୁ ହାଇକୋର୍ଟଙ୍କ ନୋଟିସ୍ : ନିର୍ବାଚନୀ ମାମଲା ପ୍ରସଙ୍ଗରେ ମନ୍ତବ୍ୟ ଦେଇଥିବାରୁ ଜବାବ ମାଗିଲେ ହାଇକୋର୍ଟ

ଅଡ଼ୁଆରେ ବ୍ରହ୍ମପୁର ଏସପି । ନିର୍ବାଚନୀ ମାମଲାରେ ବ୍ରହ୍ମପୁର ଏସ୍ ପିଙ୍କୁ ଜବାବ ମାଗିଲେ ହାଇକୋର୍ଟ । ବ୍ରହ୍ମପୁର ବିଜେପି ବିଧାୟକ କେ. ଅନିଲ କୁମାରଙ୍କ ବିରୋଧରେ ରୁଜୁ ନିର୍ବାଚନୀ ମାମଲାରେ ଏସ୍ ପିଙ୍କୁ ନୋଟିସ୍ । ପୀତବାସ ପଣ୍ଡା ହତ୍ୟା ମାମଲାରେ ଗଣମାଧ୍ୟମକୁ ଏସ୍ ପି ଦେଇଥିବା ବୟାନକୁ ନେଇ ଅସନ୍ତୋଷ ବ୍ୟକ୍ତ କଲେ ଅଦାଲତ । ନିର୍ବାଚନୀ ମାମଲା ବିଚାରାଧୀନ ଥିବା ବେଳେ SPଙ୍କ ବୟାନକୁ କୋର୍ଟ କଡ଼ା ନିନ୍ଦା କରିଛନ୍ତି । ଏସପିଙ୍କ ବିବୃତି କାହିଁକି ଅଦାଲତ ଅବମାନନା ଭାବେ ଗ୍ରହଣ କରାଯିବ ନାହିଁ ବୋଲି ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ । ଆସନ୍ତା ୭ ତାରିଖ ସୁଦ୍ଧା ଲିଖିତ ଜବାବ ମାଗିଛନ୍ତି ହାଇକୋର୍ଟ । ବିଚାରପତି ଶଶିକାନ୍ତ ମିଶ୍ରଙ୍କ ଖଣ୍ଡପୀଠ ଏ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଆବେଦନକାରୀ ମନୋଜ ପଣ୍ଡା ସତ୍ୟପାଠ ଜରିଆରେ ଅଦାଲତଙ୍କୁ ଜଣାଇଥିଲେ ଯେ, ଗତ ଅକ୍ଟୋବର ୨୨ରେ ରେଳ ଷ୍ଟେସନରୁ ଘରକୁ ଯାଉଥିବା ବେଳେ ସାଦା ପୋଷାକରେ ପୋଲିସ ତାଙ୍କୁ ବଳପୂର୍ବକ ଉଠାଇ ନେଇଥିଲା । ବ୍ରହ୍ମପୁର ନିର୍ବାଚିତ ବିଧାୟକଙ୍କ ବିରୋଧରେ ସେ କେମିତି ମାମଲା କଲେ ବୋଲି ତାଙ୍କୁ ପଚରାଯାଇଥିଲା । ଅନ୍ୟପଟେ ପୀତବାସ ପଣ୍ଡା ହତ୍ୟା ମାମଲାରେ ସାମ୍ବାଦିକ ସମ୍ମିଳନୀରେ ବ୍ରହ୍ମପୁର ଏସପି କହିଥିଲେ, ବିକ୍ରମ ପଣ୍ଡା ଓ ଶିବ ଶଙ୍କର ଦାସଙ୍କ ମଧ୍ୟରେ କମନ ଲିଙ୍କ ରହିଛି । ଏହି ନିର୍ବାଚନ ମାମଲା ଶିବଶଙ୍କର ଦାସ ନାମରେ ଦାଖଲ ହୋଇଥିଲା । କିନ୍ତୁ ତାହାକୁ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆର୍ଥିକ ସହାୟତା ଦେଇଥିଲେ । ଅଦାଲତ କହିଛନ୍ତି, ନ୍ୟାୟିକ ମାମଲା ବିଚାରାଧୀନ ଥିବାବେଳେ ପୋଲିସ ଅଧିକାରୀଙ୍କ ସାର୍ବଜନୀନ ଟିପ୍ପଣୀ ଗ୍ରହଣୀୟ ନୁହେଁ ।

High Court notice to Berhampur SP

ପୀତବାସ ପଣ୍ଡା ହତ୍ୟା ମାମଲାର ପର୍ଦ୍ଦାଫାସ କରି ଏସପି କହିଥିଲେ, ୨୦୨୪ ସାଧାରଣ ନିର୍ବାଚନ ପରେ ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାରଙ୍କ ବିରୋଧରେ ପିଣ୍ଟୁ ଦାଶ ପିଟିସନ୍ କରିଥିଲେ । ବ୍ରହ୍ମପୁର ବିଧାନସଭା ନିର୍ବାଚନ ଅସିଦ୍ଧ ଘୋଷଣା ହେଲେ ଉପନିର୍ବାଚନ ହୋଇଥାନ୍ତା। ଆଉ ବିକ୍ରମ ପଣ୍ଡା ଉପନିର୍ବାଚନରେ ଲଢ଼ିଥାନ୍ତେ । ଏଥିପାଇଁ ମନୋଜ ପଣ୍ଡାଙ୍କ ଜରିଆରେ ପିଣ୍ଟୁ ଦାଶ ପିଟିସନ୍ ଦାଖଲ କରିଥିବା ବେଳେ ଟଙ୍କା ଖର୍ଚ୍ଚ କରୁଥିଲେ ବିକ୍ରମ ପଣ୍ଡା। ସ୍ଥାନୀୟ ବିଧାୟକ କେ. ଅନୀଲ କୁମାରଙ୍କ ବିରୋଧରେ ଦାୟର ନିର୍ବାଚନୀ ମାମଲା ବିକ୍ରମ ପଣ୍ଡା ଏବଂ ଶିବ ଶଙ୍କର ଦାସଙ୍କ ମଧ୍ୟରେ କମନ ଲିଙ୍କ ବୋଲି କହିଥିଲେ ଏସପି ।
• ଅଡ଼ୁଆରେ ବ୍ରହ୍ମପୁର ଏସପି
• ପୀତବାସ ପଣ୍ଡା ହତ୍ୟା: ଅଡ଼ୁଆରେ ବ୍ରହ୍ମପୁର ଏସପି
• ଏସପି ଶ୍ରବଣା ବିବେକ ଏମଙ୍କ ଉପରେ ହାଇକୋର୍ଟ ଖପ୍ପା
• ନିର୍ବାଚନୀ ମାମଲା ପ୍ରସଙ୍ଗରେ ମନ୍ତବ୍ୟ ଦେଇଥିବାରୁ ହାଇକୋର୍ଟ ଖପ୍ପା
• ନିର୍ବାଚନୀ ମାମଲାଟି ଏବେ ହାଇକୋର୍ଟରେ ବିଚାରାଧୀନ ଅଛି
• କାହିଁକି ଏବଂ କେଉଁ କାରଣରୁ ଏସପି ଏଭଳି ବୟାନ ଦେଲେ ଜବାବ ତଲବ
• କାହିଁକି ଅଦାଲତ ଅବମାନନା ମାମଲା ଦାୟର କରାଯିବ ନାହିଁ: ହାଇକୋର୍ଟ
• ୭ ତାରିଖ ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+