AI ଶିକ୍ଷାକୁ ପ୍ରୋତ୍ସାହନ କରିବାକୁ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତୁତି
AI ଶିକ୍ଷାକୁ ମିଳିବ ଉଡାଣ। କଲେଜରେ ଆରମ୍ଭ ହେବ AI ଶିକ୍ଷା। ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ 'AI for ALL' ପାଠ୍ୟକ୍ରମ। ରମାଦେବୀ ବିଶ୍ୱବିଦ୍ୟାଳୟରେ AI & ROBOTICS CENTER of EXCELLENCE ଖୋଲାଯାଇଛି। Odisha State Open University, ସମ୍ବଲପୁରରେ କଳା ସ୍ନାତକୋତର ଦ୍ଵିତୀୟ ସେମିଷ୍ଟାରରେ AI ପାଠ୍ୟକ୍ରମ ପଢା ଯାଉଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି।

ସେହିପରି ବିଶ୍ଵବିଦ୍ୟାଳୟରେ ଆସିଷ୍ଟାଣ୍ଟ ପ୍ରଫେସର ମରୁଡ଼ି ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ୧୭ଟି ବିଶ୍ଵବିଦ୍ୟାଳୟରେ ୭୦୯ ଆସିଷ୍ଟାଣ୍ଟ ପ୍ରଫେସର ପଦ ଖାଲି ପଡ଼ିଛି। ୪୬୧ ଆସୋସିଏଟ୍ ଓ ୨୬୪ ପ୍ରଫେସର ପଦ ପୂରଣ ହୋଇନି। ଅଣଶିକ୍ଷକ ନିଯୁକ୍ତି ସରକାରଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି। ୨୩୨୫ ଅଣଶିକ୍ଷକ ପଦ ପୂରଣ କରିବା ବାକି ଅଛି।
More From
-
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ଭାରତୀୟ ସେନାକୁ ସ୍ୱଦେଶୀ ପ୍ରହାର ଲାଇଟ୍ ମେସିନ୍ ଗନର ପ୍ରଥମ ବ୍ୟାଚ୍ ପ୍ରଦାନ କଲା ଆଦାନୀ ଡିଫେନ୍ସ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ







Click it and Unblock the Notifications