ଯୁବପିଢ଼ିଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ରୋକିବାକୁ ପଦକ୍ଷେପ, ସେଫ୍‌ କ୍ୟାମ୍ପେନ୍‌ କରିବ ଉଚ୍ଚ ଶିକ୍ଷା ବିଭାଗ

ଆତ୍ମହତ୍ୟା ପ୍ରବଣତାକୁ ରୋକିବା ପାଇଁ ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ 'ସେଫ୍ କ୍ୟାମ୍ପେନ୍' କରିବ ଉଚ୍ଚ ଶିକ୍ଷା ବିଭାଗ। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ତେବେ ଗତ କିଛି ଦିନ ହେବ କଲେଜ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆତ୍ମହତ୍ୟା ମାମଲା ବୃଦ୍ଧି ପାଇବାରେ ଲାଗିଛି । ତେବେ ଯୁବପିଢ଼ିଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ରୋକିବାକୁ ପଦକ୍ଷେପ ନିଆଯିବ ।

ସବୁ କଲେଜ ଓ ବିଶ୍ବବିଦ୍ୟାଳୟରେ ସେଫ୍‌ କ୍ୟାମ୍ପେନ୍‌ କରାଯିବ । ଶକ୍ତିଶ୍ରୀ ସ୍କିମ୍‌ ଜରିଆରେ ସେଫ୍‌ କ୍ୟାମ୍ପେନ୍‌ କାର୍ଯ୍ୟକ୍ରମ କରାଯିବ । ଛାତ୍ରଛାତ୍ରୀଙ୍କ ମାନସିକ ସନ୍ତୁଳନ କିପରି ଠିକ୍‌ ରହିବ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, କ୍ୟାମ୍ପସରେ ସଚେତନତା ସହ ସମସ୍ତେ ସମସ୍ତଙ୍କୁ ସାହାଯ୍ୟ କରିବା ଦରକାର। ଯଦି କେହି କୌଣସି ଘଟଣାକୁ ନେଇ ବ୍ୟସ୍ତ ବିବ୍ରତ ହେଉଛନ୍ତି, ତାଙ୍କୁ ବୁଝେଇବାକୁ ପଡ଼ିବ। ଉଚିତ ଫୋରମ ଅଛି, ତାଙ୍କୁ ସେ ବିଷୟରେ ବୁଝାଇବାକୁ ପଡ଼ିବ। ଆତ୍ମହତ୍ୟା ପ୍ରବଣତାକୁ ରୋକିବା ପାଇଁ ଛାତ୍ରଛାତ୍ରୀଙ୍କଠୁ ଆରମ୍ଭ କରି ପିତାମାତା ଓ ଶିକ୍ଷକମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରାଯିବ।

Higher Education

ପ୍ରକାଶଥାଉକି, ବାଲେଶ୍ବର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମହୁତି ମାମଲା ପରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ସମସ୍ତ ଛାତ୍ରୀଙ୍କ ପାଇଁ ଏକ ସୁରକ୍ଷିତ ଓ ଶୈକ୍ଷିକ ବାତାବରଣ ନିର୍ମାଣ କରିବା ଲକ୍ଷ୍ୟରେ 'ଶକ୍ତିଶ୍ରୀ କାର୍ଯ୍ୟକ୍ରମ' ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+